ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୭୯ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଜିଲ୍ଲାର ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଧା ଜିଲ୍ଲାରୁ ୨ ଜଣ ମୃତ୍ୟୁବରଣ କରିଛନ୍ତି ।