ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୬୪୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୯୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୬୭ ଜଣଙ୍କ ମଧ୍ୟରୁ ୨୭୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୨୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ୱରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫, ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୧ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୬୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଓ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତିା
ଖୋର୍ଦ୍ଧାରୁ ୨୨୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୫ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନୟାଗଡ଼ରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।