
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୭ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୧୬୧ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧୨୪୫ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧୨୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୨୩୮ ହୋଇଛି ।