
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୮୫ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ, ଜଗତସିଂହପୁର ଓ କଟକ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।