ଭୁବନେଶ୍ୱର, ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ଅପହରଣ ଓ ହତ୍ୟା ମାମଲାରେ ରିପୋର୍ଟ ତଲବ କରିଛନ୍ତି ମହିଳା କମିଶନ । ମହିଳା କମିଶନ ପକ୍ଷରୁ କଳାହାଣ୍ଡି ଏସପିଙ୍କୁ ରିପୋର୍ଟ ତଲବ କରାଯାଇଛି । ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା କହିଛନ୍ତି ଯେ କଳାହାଣ୍ଡି ଏସପିଙ୍କୁ ରିପୋର୍ଟ ମଗାଯାଇଛି ଓ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆଇନ ଆଖିରେ ସମସ୍ତେ ସମାନ । ପ୍ରଭାବଶାଳୀ ବ୍ୟକ୍ତି ହେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମହିଳା କମିଶନ ଅଧ୍ୟକ୍ଷା କହିଛନ୍ତି ।