
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୧୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୦୫୮ ହୋଇଛି ।
ଆସାମରେ କରୋନାର ୩୦୮ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୦୮ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୨୬୩ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।