ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୦୧ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ, ଜଗତସିଂହପୁର, ଖୋର୍ଧା ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।