
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୯୩୬୧ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୦,୮୯୨ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୭୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮୮୯୧ ସକ୍ରିୟ ମାମଲା ରହିଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୮୪୬ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୮୪୬ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୭୭ ହୋଇ ଯାଇଛି ।