ନବରଙ୍ଗପୁର, ବିଜେଡ଼ିରେ ମିଶିବା ନେଇ ସ୍ପଷ୍ଟ କରିଛନ୍ତି କଂଗ୍ରେସ ଛାଡିଥିବା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝି । ନବରଙ୍ଗପୁରରେ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ପ୍ରଦୀପ ।
ଅନ୍ୟପକ୍ଷରେ ପ୍ରଦୀପ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବୁ । ବର୍ତମାନ କଂଗ୍ରେସ ସହ ପାଦ ମିଶାଇ ଚାଲିବା ଅସମ୍ଭବ । ବିଜେଡ଼ି ରାଜ୍ୟରେ ସ୍ଥିର ସରକାର ଦେବାରେ ସଫଳ ହୋଇଛି । ପ୍ରତି ନିର୍ବାଚନରେ ସଂଖ୍ୟା ବୃଦ୍ଧି କରି ଦେଶରେ ଇତିହାସ ରଚିଛି ବିଜେଡ଼ି । ଏହି ଅଂଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତିବଦ୍ଧ ବୋଲି ସେ କହିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାବାସୀ ସେହି ସ୍ରୋତରେ ସାମିଲ୍ ହୁଅନ୍ତୁ ବୋଲି ସେ ଆହ୍ୱାନ କରିଛନ୍ତି ।