![](https://indokalingtimes.com/wp-content/uploads/2020/09/corona.jpeg)
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୧୨ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଭଦ୍ରକ, କେନ୍ଦୁଝର ଓ ମୟୁରଭଂଜ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।