
ଭବାନୀପାଟଣା, କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ମମିତାଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଅଫିସ ଏବଂ ଜିଲ୍ଲାର ସମସ୍ତ ବ୍ଲକ ସମ୍ମୁଖରେ ଧାରଣା ଦିଆଯାଇଛି । ବହୁ ସଂଖ୍ୟାରେ କର୍ମୀ ଏହି ଆନ୍ଦୋଳନରେ ସାମିଲ୍ ହୋଇଛନ୍ତି ।