-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୨୭୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬୨୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୩୩ ଜଣଙ୍କ ମଧ୍ୟରୁ ୨୫୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୩ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ , ବାଲେଶ୍ୱରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୬, ଭଦ୍ରକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୩୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୨୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୯ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧. ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ୍ ପୁଲରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।