
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬,୬୬୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୪,୭୩୫ ହୋଇ ଯାଇଛି
କର୍ଣାଟକରେ ଗତ ୨୪ ଘଂଟାରେ ୨୯୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୨୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮,୫୮୩ ସକ୍ରିୟ ମାମଲା ରହିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୧୧୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୧୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୭୯୧ହୋଇଛି ।
ଆସାମରେ କରୋନାର ୩୨୬ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୨୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୫୩୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।