
ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡ଼ବନ୍ଧ ପଣିବନ୍ଧ ଗ୍ରାମରେ ଆଜି ସକାଳେ ମନରେଗା କାମକୁ ନେଇ ଦୁଇ ଗୋଷ୍ଠି ମଧ୍ୟରେ ପ୍ରଥମେ ବଚସା ଏବଂ ପରେ ଏହାକୁ ନେଇ ବୋମାମାଡ଼ ହୋଇଥିଲା । ଏଥିରେ ଟୁକୁନା ସ୍ୱାଇଁ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରେ ଭର୍ତି କରାଯାଇଛି । ଅନ୍ୟ ଜଣେ ସାମାନ୍ୟ ଆହତ ହୋଇ ଧରାକୋଟ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଖବର ପାଇ ଗାଙ୍ଗପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଆରମ୍ଭ କରିଛି ।