
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୯୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୨୦୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩୮୦ ରହିଛି ।