
-
ବିଜେପି ପକ୍ଷରୁ ୧୨ ଘଂଟିଆ ବୌଦ୍ଧ ବନ୍ଦ ପାଳନ
ବୌଦ୍ଧ, କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଆଜି ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଂଟିଆ ବୌଦ୍ଧ ବନ୍ଦ ପାଳନ କରାଯାଇଛି । ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତି, ଯୁବମୋର୍ଚ୍ଚା ସଭାପତି ଅଟଳ ପ୍ରଧାନଙ୍କ ନେତୃତ୍ୱରେ ଚାରିଛକ, ହରଭଙ୍ଗା, ବୌଦ୍ଧ, ବାଉଁଶୁଣି, ମନମୁଣ୍ଡା, କଂଟାମାଳରେ ଦଳୀୟ କର୍ମୀ ମାନେ ପିକେଟିଂ କରି ଦୋକାନ ବଜାର ବନ୍ଦ କରାଇଛନ୍ତି । ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ବ୍ୟାଙ୍କ, ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିଛି । ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି । ତେବେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି ।