-
ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
ସୁନ୍ଦରଗଡ଼, କ୍ଷତିପୂରଣ ପାଇଁ ଏମସିଏଲ ବିସ୍ଥାପିତଙ୍କୁ ଲାଂଚ ମାଗିବା ଅଭିଯୋଗ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ । ଅତିରିକ୍ତ ଜିଲ୍ଲାପାଳଙ୍କୁ ଘଟଣାର ତଦନ୍ତ ଦାୟୀତ୍ୱ ଦିଆଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ଆରଆଇ ଅମିୟ ଛୁରାଙ୍କୁ ବଦଳି କରାଯାଇଛି । ତଦନ୍ତ ପରେ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।