ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୬୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୪୯୮ ହୋଇଛି ।
ଆସାମରେ କରୋନାର ୨୮୩ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୮୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୩୫୨ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୯ ହୋଇ ଯାଇଛି ।