
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ୍ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏଥିରୁ ଉପକୃତ ହେବେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।
ଏହାସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଜିଲ୍ଲାରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ସେଥିରୁୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟିତ ହୋଇଥିଲା । ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ୍ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ , ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ , ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇଥିଲେ ।