ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୩୩ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ବାଲେଶ୍ୱର , ଭୁବନେଶ୍ୱର , ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୬ ଗିରଫ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୬ ଜଣଙ୍କୁ ଗିରଫ କରିଛି । ୫୨୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୩୬,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।