
ଆଇଜଲ ,ମିଜୋରାମରେ ଗତ ୨୪ ଘଂଟାରେ ୮୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୪୮୪ ହୋଇଛି ।
ଝାରଖଣ୍ଡରେ କରୋନାର ୭ ନୂଆ ମାମଲା
ରାଂଚି,ଝାରଖଣ୍ଡରେ କରୋନାର ୭ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭ ହୋଇଛି ।
ଆସାମରେ କରୋନାର ୨୯୬ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୯୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୨୮୧ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।