-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୦୨୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୨୨ ଜଣଙ୍କ ମଧ୍ୟରୁ ୧୮୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO