କୈଳାଶ ଚନ୍ଦ୍ର ପଣ୍ଡା,
ପୁରୀ,୦୩/୧୧/୨୦୨୧,ଗୁରୁବାର ସିଂହଦ୍ବାର ସମ୍ମୁଖରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି । ସିଂହଦ୍ବାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି । ଏହି କଟକଣା ଆସନ୍ତାକଲି ପ୍ରାତଃ ୪ ଘଟିକା ସମୟରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ । କାଉଁରିଆ କାଠି ଜାଳିବା ବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣ ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଘଂନ ହେବାର ଆଶଙ୍କା ଥିବାରୁ ଏଭଳି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି । ଏ ସଂକ୍ରାନ୍ତରେ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସନ୍ତାକାଲି ସାଧାରଣ ଦର୍ଶନ ବନ୍ଦ ନିମନ୍ତେ ଶ୍ରୀମନ୍ଦିର ବନ୍ଦ ରହିବ । ଉକ୍ତ ସମୟ ମଧ୍ୟରେ ସ୍ବୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରବେଶାନୁମତି ରହିବ । ଜରୁରୀକାଳୀନ ସେବା ପୂର୍ବଭଳି ଜାରି ରହିବ ।
Related Stories
November 25, 2024