ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୮୮୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୫୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୭୦ ଜଣଙ୍କ ମଧ୍ୟରୁ ୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୬୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକରୁ ୧୯ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧, ଗଜପତି ଜିଲ୍ଲାରେ ୧, ଗଂଜାମ ଜିଲ୍ଲାରୁ ୩ହେଲେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କଳାହାଣ୍ଡି ଓ । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ଓ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।