ଭୁବନେଶ୍ୱର,ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶୁକ୍ରବାର ଦିନ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର କଟକ ସ୍ଥିତ ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ ।