ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୫୪ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ ଓ କେନ୍ଦ୍ରାପଡା ଜିଲ୍ଲାରେ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩ ଗିରଫ, ୮୦୩ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୬୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୦,୧୦,୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।