ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୫୪ ହୋଇ ଯାଇଛି ।
ଗୋଟିଏ ଦିନରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୨୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୧୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୦୮ ଜଣଙ୍କ ମଧ୍ୟରୁ ୧୧୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।