-
ପୋଲିସ ସହ ଧସ୍ତାଧସ୍ତି, ୩୦ରୁ ଉର୍ଦ୍ଧ୍ୱ ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ
ଭବାନୀପାଟଣା, କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନ୍ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ମମିତାଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ଆଜି ଭବାନୀପାଟଣାରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ କୁଶପୁତଳିକା ଦାହ କରାଯାଇଥିଲା । ଅନ୍ୟପକ୍ଷରେ ଆନ୍ଦୋଳନକାରୀ ମାନେ ଏସପି ଅଫିସ ଘେରାଉ କରିବା ସହ ଭିତରକୁ ପଶିବାକୁ ଉଦ୍ୟମ କରିବା ବେଳେ ସେଠାରେ ପୋଲିସ ସହିତ ସେମାନଙ୍କର କିଛି ସମୟ ପାଇଁ ଧସ୍ତାଧସ୍ତି ହୋଇଥିଲା । ପରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ସମେତ ୩୦ରୁ ଉର୍ଦ୍ଧ୍ୱ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଛି ପୋଲିସ ।