ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୮୫୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୨୦୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୧୮ ଜଣଙ୍କ ମଧ୍ୟରୁ ୧୮୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୩୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୩୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୧, ଗଜପତି ଜିଲ୍ଲାରେ ୨, ଗଂଜାମ ଜିଲ୍ଲାରୁ ୪ ହେଲେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।