ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୮୬୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୫୮୮ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୨୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮୦୯୦ ସକ୍ରିୟ ମାମଲା ରହିଛି ।