ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୬୧ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁବରଣ କରିଛନ୍ତି । ଗଂଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।