ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୯୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୧୩୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୭୬ ଜଣଙ୍କ ମଧ୍ୟରୁ ୧୫୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୩୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ବାଲେଶ୍ୱରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୪ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୭ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରେ ୧୦, ଗଜପତି ଜିଲ୍ଲାରେ ୮ ଜଣ ସଂକ୍ରମିତ ହୋଇଥିବାବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୧୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ବଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।