-
ଓଡ଼ିଶା ପୁଲିସ୍ ହାଉସିଂ କର୍ପୋରେସନର ଡେପୁଟି ମ୍ୟାନେଜରଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ
ଭୁବନେଶ୍ୱର, ଭିଜିଲାନ୍ସ ପକ୍ଷରୁ ସୋମବାର ଦିନ ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଓଡ଼ିଶା ପୁଲିସ୍ ହାଉସିଂ କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ବାସଭବନରେ ଚଢ଼ାଉ କରା ଯାଇଥିବା ଜଣା ପଡିଛି । ତାଙ୍କ ଘର ସମେତ ଭୁବନେଶ୍ୱର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୧୦ଟି ଜାଗାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆ ଯାଇଛି । ମିଳିଥିବା ସୂଚନା ଅନୁସାରେ ଜଣେ ଅତିରିକ୍ତ ଏସପି, ୫ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଅନ୍ୟ କର୍ମଚାରୀମାନଙ୍କୁ ନେଇ ଓଡ଼ିଶା ଭିଜିଲାନ୍ସର ୧୦ଟି ଟିମ୍ ଏହି ଚଢ଼ାଉରେ ସାମିଲ ଥିବା ଜଣାଯାଇଛି ।