ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୦୨୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୮୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୮୭ ଜଣଙ୍କ ମଧ୍ୟରୁ ୨୨୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୯୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨, ଭଦ୍ରକରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୩୩ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୫, ଗଜପତି ଜିଲ୍ଲାରେ ୭ ଜଣ ସଂକ୍ରମିତ ହୋଇଥିବାବେଳେ ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧାରୁ ୧୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତ ି । ସମ୍ବଲପୁରରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।