ଭୁବନେଶ୍ବର,ସୋମବାର ଦିନ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି । ଦୀର୍ଘ ଦେଢ ବର୍ଷ ପରେ ଛାତ୍ରଛାତ୍ରୀ ବିଦ୍ୟାଳୟ ମାଟି ମାଡ଼ିଥିବାରୁ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । କୋଭିଡ କଟକଣାକୁ ମାନି ପୂର୍ବ ଗାଇଡ଼ଲାଇନ ଅନୁସାରେ ଆଜି ଶିକ୍ଷାଦାନ ଆରମ୍ଭ ହୋଇଛି । ସକାଳ ୯ଟା ୩୦ରୁ ଦିନ ୧ଟା ପର୍ଯ୍ୟନ୍ତ ପାଠପଢା ଚାଲିବାକୁ ଥିବାବେଳେ ପୂର୍ବରୁ ଅଷ୍ଟମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ଜାରି ରହିଛି |
ଉଲ୍ଲେଖନୀୟ ଯେ ରାଜ୍ୟ ସରକାର ତଥା ଗଣଶିକ୍ଷା ବିଭାଗ ରାଜ୍ଯରେ ପର୍ଯ୍ୟାୟକ୍ରମେ ଶ୍ରେଣୀଗୃହ ପାଠପଢା ଆରମ୍ଭ କରିବାକୁ ଯୋଜନା କରିଛନ୍ତି । ଏହି କ୍ରମରେ ଆଜି ସୋମବାର ଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀର ଅଫଲାଇନ ପାଠପଢା ଆରମ୍ଭ ହୋଇଛି | ତେବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଲାଗି ଉଭୟ ଅନଲାଇନ୍ ଏବଂ ଅଫଲାଇନ୍ କ୍ଲାସ୍ ଜାରି ରହିବ।
ସେହିପରି ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ହାତକୁ ସାନିଟାଇଜ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଯେଉଁ ସ୍ଥାନରେ କରୋନା ସଂକ୍ରମଣ ଅଧିକ ରହିଥିବା ସେଠାରେ ବିଦ୍ୟାଳୟ ଖୋଲିବା ନିମନ୍ତେ ଚୂଡ଼ାନ୍ତ ନିଷ୍ପତ୍ତି ଜିଲ୍ଲାପାଳମାନେ ନେଇପାରିବେ।