ଭୁବନେଶ୍ୱର, ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ୱାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।