ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୪୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୩୯୦ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୫୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୫୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୭,୪୯୩ ସକ୍ରିୟ ମାମଲା ରହିଛି ।