ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୮୬ ହୋଇ ଯାଇଛି ।
-
ଗୋଟିଏ ଦିନରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୩୧୭
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୩୧୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୨୨୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୧୬ ରହିଛି ।