ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୩୧୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୨୨୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୧୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୨୯ ଜଣଙ୍କ ମଧ୍ୟରୁ ୧୩୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୮ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରେ ୨, ଗଂଜାମ ଜିଲ୍ଲାରେ ୩, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୧୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ ପୁଲରୁ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।