ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୧୭୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୦୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୨୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୭୧ ଜଣଙ୍କ ମଧ୍ୟରୁ ୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୭୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଓ ବଲାଙ୍ଗିରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । କଟକରୁ ୧୦ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରେ ୭, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲା ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୩ ଜଣ ଓ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।