-
ବାଧ୍ୟତାମୂଳକ ଅବସର
-
ଏପର୍ଯ୍ୟନ୍ତ ୧୩୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ରାଜ୍ୟ ସରକାର ରାଜ୍ୟ ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର (ଷ୍ଟେଟ୍ ପଲ୍ୟୁସନ୍ କେଂଟ୍ରାଲ ବୋର୍ଡ , ବାଲେଶ୍ୱର) ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତମ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ବେହେରା ବର୍ତମାନ ନିଲମ୍ବିତ ଅଛନ୍ତି । ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୩୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲା ।
ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ୱଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି ।