
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୩,୬୯୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୪,୦୯୧ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୫୦ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୬୧୬ ହୋଇଛି ।