ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୯୯ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।