ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୧ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୫୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୫୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୬,୪୧୨ ସକ୍ରିୟ ମାମଲା ରହିଛି ।
କେରଳରେ ଗତ ୨୪ ଘଂଟାରେ ୪,୨୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪,୨୮୦ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୧,୩୦୨ ହୋଇ ଯାଇଛି ।