ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୯ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୦୬ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୬,୪୯୨ ସକ୍ରିୟ ମାମଲା ରହିଛି ।
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।