
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୬୧୧ହୋଇଛି ।
ଆସାମରେ କରୋନାର ୧୭୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୭୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୪୪୪ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।