
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୨୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୩୭୩ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୪୦ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୭୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୩୮୨ ହୋଇଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୯୧,୨୩୬ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୯୧,୨୩୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୩,୯୪,୨୭,୨୬୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା