
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୬୮୩୧ ସକ୍ରିୟ ମାମଲା ରହିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୩୬ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୩୩୭ ହୋଇଛି ।