
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୪୭୨୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୩,୬୬୩ ହୋଇ ଯାଇଛି ।
ଆସାମରେ କରୋନାର ୧୪୪ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୪ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୨୭୮ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।