ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୯୭୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୨୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୭୦ ଜଣଙ୍କ ମଧ୍ୟରୁ ୧୫୯ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୬ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରେ ୪ ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସ ଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । । ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍ ପୁଲରୁ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।